ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ କରି ଜୀବନଯାପନ କଲେ, ଆମ ପାଇଁ ସର୍ବଦା ପ୍ରଚୁର ଆଶୀର୍ବାଦ ରହିଥାଏ। ଏହି କାରଣରୁ, ପିତାଙ୍କ ଯୁଗରୁ ପରମେଶ୍ୱର ସ୍ଥାପନ କରିଥିବା ପର୍ବଗୁଡ଼ିକରେ, ଯେପରିକି ବିଶ୍ରାମ ଦିନ ଓ ନିସ୍ତାର ପର୍ବ, ସର୍ବଦା ଏହି ଆଜ୍ଞା ରହିଛି, “ଭୁଲ ନାହିଁ, ବରଂ ସେଗୁଡ଼ିକୁ ସର୍ବଦା ସ୍ମରଣ କରି ପାଳନ କର।”
ବାଇବଲ କହେ, ସବୁ ଯୁଗରେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ରୂପେ ଆଶୀର୍ବାଦ ପାଇବେ, କିନ୍ତୁ ବ୍ୟବସ୍ଥା ଉଲ୍ଲଂଘନକାରୀମାନେ ବିଦ୍ରୋହ ପାଇଁ ଦଣ୍ଡିତ ହେବେ। ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ ନ କରିବାରୁ ଇସ୍ରାଏଲୀୟମାନେ ବାବିଲୋନରେ ବନ୍ଦୀ ହୋଇଥିଲେ।
ଓ ସେ ଆପଣା ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ମନୋଯୋଗ କରି ନାହୁଁ। ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ଵରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ। ଦାନିୟେଲ ୯:୧୦–୧୧
ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ। ଯିହିଜିକଲ ୧୮:୯
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି